Odisha Link
Bridging the Missing Links in Odisha

ଉପରମୁଣ୍ଡରେ ବର୍ଷା, ଖୋଲିଲା ହୀରାକୁଦର ୨ଟି ଗେଟ୍

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଦ୍ୱାରା ଆଜି ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।

ଆଜି ଅପରାହ୍ନ ୪ଟାରେ ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍ ଖୋଲିଥିବା ବୋଲି ସୂଚନା ଜାରି ହୋଇଛି। ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୮.୧୦ ଫୁଟ୍‌ ରହିଛି। ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ବର୍ଷା ସମ୍ଭାବନା ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ବାମପାର୍ଶ୍ଵରେ ଗୋଟିଏ, ଦକ୍ଷିଣ ପାର୍ଶ୍ଵରେ ଗୋଟିଏ ଗେଟ୍ ଖୋଲା ଯାଇଛି।