Odisha Link
Bridging the Missing Links in Odisha

ସେପ୍ଟେମ୍ବରରେ ଭଲ ବର୍ଷିବା ସତ୍ତ୍ୱେ ୩ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ଲଘୁଚାପ ପ୍ରଭାବରେ ହେଉଥିବା ବର୍ଷାର ପରିମାଣ କମିବାର ଆଶଙ୍କା କରାଯାଉଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି।

ଅନ୍ୟପଟେ, ସେପ୍ଟେମ୍ବରରେ ଭଲ ବର୍ଷିବା ସତ୍ତ୍ୱେ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୩ଟି ଜିଲ୍ଲା ସହ ସାରା ରାଜ୍ୟରେ ୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଜୁନ୍‌ ୧ରୁ ସେପ୍ଟେମ୍ବର ୨୯ ମଧ୍ୟରେ ୧୧୪୪.୩ ମିମି ବର୍ଷା ହେବା କଥା। ଏହି ସମୟ ମଧ୍ୟରେ ୧୧୦୫.୪ ମିମି ବର୍ଷା ହୋଇଛି, ଯାହା ୩ ପ୍ରତିଶତ ନିଅଣ୍ଟିଆ। ନବରଙ୍ଗପୁର, ପୁରୀ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। କେବଳ ୨ଟି ଜିଲ୍ଲା ଝାରସୁଗୁଡ଼ା ଏବଂ ବୌଦ୍ଧରେ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ବାକି ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

ସୂଚନା ଅନୁସାରେ, ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି।ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।