Odisha Link
Bridging the Missing Links in Odisha

ସାମ୍ବାଦିକାଙ୍କୁ ମାଡ଼ ମାରିବା ଘଟଣା: ଗିରଫ ହେଲେ ପ୍ରଯୋଜକ ଟୁଟୁ ନାୟକ

ଓଏଲ୍‌ ବ୍ୟୁରୋ: ଅଡ଼ୁଆରେ ପ୍ରଯୋଜକ ଟୁଟୁ ନାୟକ। ପ୍ରଯୋଜକ ଟୁଟୁ ନାୟକଙ୍କ ନାଁରେ ଜଣେ ମହିଳା ସାମ୍ବାଦିକ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ଟୁଟୁ ନାୟକ ସାମ୍ବାଦିକାଙ୍କୁ ମାଡ଼ ମାରିବା ସହ ମହିଳା ସମ୍ବାଦିକଙ୍କୁ ଅଶାଳୀନ ବ୍ୟବହାର ଦେଖାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଥିବାବେଳେ ପ୍ରଯୋଜକ ଟୁଟୁ ନାୟକ ଥାନାରେ ହାଜର ହେବା ଗିରଫ ହୋଇଛନ୍ତି। ତେବେ ଏହା ପରେ ମହିଳା କମିଶନ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ୧୫ ଦିନ ଭିତରେ ମାମଲାର ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଅନୁସାରେ, ମହିଳା ସାମ୍ବାଦିକ ଅଭିଯୋଗ କରିଛନ୍ତି ଯେ ଏକ ଖବର ସଂଗ୍ରହ ପାଇଁ ସେ ଯାଇଥିବା ବେଳେ ଟୁଟୁ ନାୟକ ହଠାତ୍ ତାଙ୍କ ଗାଲକୁ ଚାପୁଡ଼ା ମାରିଥିଲେ। କେବଳ ଏତିକି ନୁହେଁ ସାମ୍ବାଦିକାଙ୍କୁ ଗାଳିଗୁଲଜ କରିଥିବା ନେଇ ଅଭିଯୋଗ ହୋଇଛି। ଟୁଟୁ ନାୟକଙ୍କ ଏପରି ବ୍ୟବହାର ତାଙ୍କ ମର୍ଯ୍ୟାଦା ହାନୀ କରିଥିବା ମହିଳା ସାମ୍ବାଦିକ ଅଭିଯୋଗ କରିଛନ୍ତି। ଏହା ସହ ପ୍ରଯୋଜକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ଏ ନେଇ ଖାରବେଳ ନଗର ଥାନାରେ ମାମଲା ରୁଜୁ ହୋଇଛି।