Odisha Link
Bridging the Missing Links in Odisha

ଖସୁଛି ପାରଦ, ବଢ଼ୁଛି ଥଣ୍ଡା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କମୁଛି ରାତି ତାପମାତ୍ରା ଏବଂ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଅସହ୍ୟ ତାତି ପରେ ଏବେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଥଣ୍ଡା ଅନୁଭୂତ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ କିରେଇ ସବୁଠୁ ଥଣ୍ଡା ଅଞ୍ଚଳ ଭାବେ ରେକର୍ଡ ହୋଇଛି। ରାଜ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଖସିଲା ପାରଦ। ବିଭିନ୍ନ ସ୍ଥାନରେ ୨ରୁ ୩ ଡିଗ୍ରୀ ଯାଏଁ ତଳକୁ ଖସିଲା ପାରଦ। ପାହାଡ଼ିଆ ଅଞ୍ଚଳ ମଧ୍ୟରେ କୋରାପୁଟ ୧୩, ଜି ଉଦୟଗିରି ୧୩.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।