ନିଶ୍ଚିନ୍ତକୋଇଲିରେ ମର୍ମନ୍ତୁଦ ଦୁର୍ଘଟଣା: ବଢ଼ିଲା ମୃତ୍ୟୁ ସଂଖ୍ୟା

ଓଏଲ୍ ବ୍ୟୁରୋ: ବର୍ଷ ଆରମ୍ଭରୁ ନିଶ୍ଚିନ୍ତକୋଇଲିରେ ଅଘଟଣ ହୋଇଥିବା ଖବର ସାମ୍ନାକୁ ଆସିଛି। କଟକ ନିଶ୍ଚିନ୍ତକୋଇଲିରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ବସ୍-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୦ ଜଣ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ାରୁ କଟକ ଆସୁଥିବା ବେଳେ ଦୁର୍ଘଟଣା ଘଟିଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆହତମାନଙ୍କୁ ନିଶ୍ଚିନ୍ତକୋଇଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତରମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁସାରେ, ଆଜି ଭୋରରୁ କଟରପଡ଼ା ଛକ ନିକଟରେ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାର କାରଣ ସମ୍ପର୍କରେ ଜଣାପଡ଼ିନାହିଁ। ନିଶ୍ଚିନ୍ତକୋଇଲି କଟରପଡ଼ା ଛକ ନିକଟରେ ଏହି ଦୁର୍ଘଟଣା ହୋଇଛି। କେନ୍ଦ୍ରାପଡ଼ାରୁ କଟକ ଆସୁଥିବା ବେଳେ ଦୁର୍ଘଟଣା ହୋଇଛି।