ଶୁଭେଚ୍ଛା ସାଉଁଟିଲେ ସୁଦର୍ଶନ ପଟ୍ଟନାୟକ; ବାଲୁକାକଳାର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଗତକାଲି ଥିଲା ପରାକ୍ରମ ଦିବସ। ଭାରତମାତାର ଦୁଇ ଦୁଇ ଜଣ ବୀର ସୁପୁତ୍ରଙ୍କର ଜନ୍ମତିଥି। ଜଣେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ଆଉ ଜଣେ ବୀର ସୁରେନ୍ଦ୍ର ସାଏ। ସ୍ଵାଧିନତା ସଂଗ୍ରାମରେ ଉଭୟଙ୍କର ଅବଦାନ ଅତୁଳନୀୟ। ଗତକାଲି ପରାକ୍ରମ ଦିବସ ଅବସରରେ ଦିଲ୍ଲୀ ଲାଲ କିଲ୍ଲାରେ ପ୍ରଖ୍ୟାତ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳା କରିଥିଲେ। ସୁବାଷ ଚନ୍ଦ୍ର ବୋଷଙ୍କ ଉପରେ ନିର୍ମିତ ବାଲୁକାକଳା ଦେଖି ସୁଦର୍ଶନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ପରାକ୍ରମ ଦିବସ ଅବସରରେ କଟକ ଓଡ଼ିଆ ବଜାରରେ ଥିବା ନେତାଜୀଙ୍କ ଜନ୍ମସ୍ଥାନରେ ବିଶେଷ ଆୟୋଜନ କରାଯାଇଥିଲା। ସଜେଇ ହୋଇଛି ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନ। ଏହି ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିିରେ ପୁଷ୍ପମାଲ୍ୟ ଦେଇ ତାଙ୍କ ସ୍ମୃତି ଚାରଣ କରାଯାଇଥିଲା।